ମାନପୁର ଉ.ପ୍ରା ବିଦ୍ୟାଳୟର ବାର୍ଷିକୋତ୍ସବ

ଶିଶୁର ପ୍ରଗତି ପାଇଁ ଜନନୀର ଭୂମିକା ଅନନ୍ୟ

ବିଜେପୁର/ବରଗଡ : ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଜାରିଂ କ୍ଲଷ୍ଟରର ମାନପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ପୁରୀଙ୍କ ଅଧ୍ୟକ୍ଷତାର ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସି.ଆର୍.ସି.ସି ରାଜେଶ୍ବର ବେହେରା, ସମ୍ମାନୀତ ଅତିଥି ଭାବେ ସ୍କୁଲ ପରିଚାଳନା କମିଟି ଚେୟାରମେନ କମଳାକାନ୍ତ ମଟାରୀ ଉପସ୍ଥିତ ରହି କୁନି ପ୍ରତିଭାମାନଙ୍କୁ ଉତ୍ସାହିତ କରିଥିଲେ । ଶିଶୁର ପ୍ରଗତି ପାଇଁ ଜନନୀର ଭୂମିକା ଅନନ୍ୟ ବୋଲି ସଭାରେ ମତପ୍ରକାଶ ପାଇଥିବା ବେଳେ ଶିକ୍ଷୟିତ୍ରୀ ପୂର୍ଣ୍ଣିମା ଅତିଥି ପରିଚୟ, ଶିକ୍ଷକ ଗେହ୍ଲାମଣି ମଲ୍ଲିକ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ଓ ଶିକ୍ଷକ ଟିଟୋରାମ ଲୁହା ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ । ଶିକ୍ଷୟିତ୍ରୀ ଉର୍ମିଳା ସ୍ବାଇଁଙ୍କ ସଭା ପରିଚାଳନାରେ ପୂର୍ବଦିନ ଆୟୋଜିତ ହୋଇଥିବା ବାର୍ଷିକ କ୍ରୀଡା ପ୍ରତିଯୋଗୀତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ସହଯୋଗୀ ଶିକ୍ଷକ ରାକେଶ ଧନ୍ୟବାଦ ଅର୍ପଣ କରିଥିଲେ । ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପରିବେଷିତ ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ଅଭିଭାବକଙ୍କ ମନକୁ ବେଶ୍ ଛୁଇଁଥିଲା ।

Leave a Comment

Your email address will not be published. Required fields are marked *

Scroll to Top