

ୟୁ.ଜି.ଏଚ୍.ଏସ୍ ଚାରପାଲିରେ ଗୁରୁଦିବସ ପାଳନ
ବିଜେପୁର : ବରଗଡ ଜିଲ୍ଲା ବିଜେପୁର ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଚାରପାଲିରେ ମହାଡ଼ମ୍ବରରେ ଗୁରୁଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଭାର୍ଗବ ଚନ୍ଦ୍ର ନାଏକଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ/ଶିକ୍ଷୟିତ୍ରୀ ବିଶେଷ ଉତ୍ସାହର ସାମିଳ ଥିଲେ । ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତୀ ନାଏକଙ୍କ ଦୀପ ପ୍ରଜ୍ବଳନ ପରେ ସଭାର ଶୁଭାରମ୍ଭ ହୋଇଥିଲା । ଦଶମ ଶ୍ରେଣୀ ଛାତ୍ରୀ ଗାୟତ୍ରୀ କନ୍ଧେର ମଞ୍ଚ ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ବନ୍ଦାପଣା ପୂର୍ବକ ଉପଢୌକନ ଦେଇ ସମ୍ମାନୀତ କରାଯାଇଥିଲା । ଛାତ୍ରଛାତ୍ରୀମାନେ ନିଜ ନିଜର ବକ୍ତବ୍ୟ ପ୍ରଦାନ ସହିତ ମନୋରମ ସାଂସ୍କୃତିକ କାର୍ଯକ୍ରମ ପରିବେଷଣ କରି ସଭାସ୍ଥଳରେ ଗୁରୁଶିଷ୍ୟ ଭାବମୟ ପରିବେଶ ସୃଷ୍ଟି କରିଥିଲେ । କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନେ ଆଣିଥିବା ଉପହାର ଦେଇ ଗୁରୁମାନଙ୍କ ଠାରୁ ଆଶୀର୍ବାଦ ଭିକ୍ଷା କରିଥିଲେ । ଶେଷରେ ସଂସ୍କୃତ ଶିକ୍ଷକ ଚନ୍ଦ୍ରମଣି ସାହୁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।





