ବିଜେପୁର ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ସଭା

ବିଜେପୁର ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ସଭା

ବିଜେପୁର/ବରଗଡ : ବରଗଡ ଜିଲ୍ଲା ବିଜେପୁର ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଦୀପ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଯୁକ୍ତ ଦୁଇ ବିଜ୍ଞାନ ଦ୍ବିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ପଦାର୍ଥ ବିଜ୍ଞାନ ଅଧ୍ୟାପକ ଡ.ଅକ୍ଷୟ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ପ୍ରାଧ୍ୟାପକ ମହେନ୍ଦ୍ର ପ୍ରଧାନ ଅଧ୍ୟାପକ ସରୋଜ ପାଣିଗ୍ରାହୀ, ଅଧ୍ୟାପକ ଅମୂଲ୍ୟନିଧି ପଧାନ ମଞ୍ଚାସୀନ ଥିଲେ । ପ୍ରଥମ ବର୍ଷ ଛାତ୍ରଛାତ୍ରୀ ସୋମଦିତ୍ୟ ସାହୁ, ସ୍ମୃତିପ୍ରଜ୍ଞା ପଧାନ, ଶନିଶ୍ବେତା ପଣ୍ଡା, ଲିପି ଦିଶ୍ରୀ, ସୁହାନା ମେହେର ପ୍ରମୁଖ ଜଣେ ପରେ ଜଣେ ମଞ୍ଚ ପରିଚାଳନା କରିଥିବା ବେଳେ ସମସ୍ତ ଅଧ୍ୟାପକ/ଅଧ୍ୟାପିକା, ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀ ଉପସ୍ଥିତ ରହି ସଭାକୁ ସଫଳ କରିଥିଲେ । ଶେଷରେ ପ୍ରାଣୀ ବିଜ୍ଞାନ ଅଧ୍ୟାପକ ଶାନ୍ତନୁ କୁମାର ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ ।

Leave a Comment

Your email address will not be published. Required fields are marked *

Scroll to Top