

ଓଏଭି ର ପ୍ରତିଷ୍ଠା ଉତ୍ସବ : ଟପ୍ପର୍ ଛାତ୍ରଛାତ୍ରୀ ହେଲେ ସମ୍ବର୍ଦ୍ଧିତ
ବିଜେପୁର : ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଓଡିଶା ଆଦର୍ଶ ବିଦ୍ୟାଳୟ ଏମ.ଗଣ୍ଡପାଲି, ବିଜେପୁରର ଏକାଦଶତମ ପ୍ରତିଷ୍ଠା ଦିବସ ଉତ୍ସବ ଅଧ୍ୟକ୍ଷ ମୁରାରୀ ପ୍ରସାଦ ସାହୁଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଜେପୁର ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଦୀପ କୁମାର ମିଶ୍ର, ମୁଖ୍ୟବକ୍ତା ଭାବେ କଟାପାଲି ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ବୁଦ୍ଧଦେବ ଭୋଇ ଓ ସମ୍ମାନୀତ ଅତିଥି ଭାବେ ସମଲେଇପଦର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିଷୟିତ୍ରୀ ଶ୍ରୀମତୀ ଆରତୀ ଯୋଶୀ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଊତ୍ସାହିତ କରିଥିଲେ । ଇଂରାଜୀ ଶିକ୍ଷକ ଶ୍ରୀଯୁକ୍ତ ଲିଙ୍ଗରାଜ ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟକ୍ଷ ଶ୍ରୀଯୁକ୍ତ ସାହୁ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସର ମହତ୍ତ୍ୱ ବିଷୟରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ । ଏହି ଅବସରରେ ୨୦୨୪-୨୫ ଶିକ୍ଷାବର୍ଷର ଟପ୍ପର ଛାତ୍ରଛାତ୍ରୀମାନଙ୍କୁ ଅତିଥିଗଣ ସମ୍ବର୍ଦ୍ଧିତ କରିଥିଲେ । ମନୋରଞ୍ଜନ ନିମନ୍ତେ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିବା ବେଳେ ଏଥିରେ ଷଷ୍ଠଶ୍ରେଣୀର ଛାତ୍ରୀମାନଙ୍କ ଲୋକନୃତ୍ୟ ଉଚ୍ଚକୋଟୀର ବିବେଚନା କରାଯାଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ/ଶିକ୍ଷୟିତ୍ରୀ ମାନେ ସହଯୋଗ କରିଥିଲେ । ଶେଷରେ ବିଜ୍ଞାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୋନି ଲେଙ୍କା ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ ।





