ପ୍ରାକ ବିଦାୟ କାଳୀନ ସମ୍ବର୍ଦ୍ଧନା
ବିଜେପୁର/ବରଗଡ: ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ମାନପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରାକ ବିଦାୟ କାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଚଳିତ ଶିକ୍ଷା ବର୍ଷର ଅଷ୍ଟମ ଶ୍ରେଣୀ ଛାତ୍ରୀ ଛାତ୍ରମାନଙ୍କ ଉଦ୍ଦେଶ୍ୟରେ ଏକ ସଭା ହୋଇଥିଲା । ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ପୁରିଙ୍କ ଅଧ୍ୟକ୍ଷତାରେ ଜାରିଂ ସିଆରସିସି ରାଜେଶ୍ବର ବେହେରା ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଭଲ ମଣିଷ ହେବାକୁ ଉତ୍ସାହିତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସ୍କୁଲ ଚେୟାରମେନ କମଳାକାନ୍ତ ମଟାରୀ, ଶିକ୍ଷକ ଗେହ୍ଲାମଣି ମଲ୍ଲିକ, ପାର୍ଥବ ଚରଣ ଦାଶ, ଟିଟୋରାମ ଲୁହା, ପୂର୍ଣ୍ଣିମା ସା ପ୍ରମୁଖ ଶିକ୍ଷାର୍ଥୀ ମାନଙ୍କୁ ମାର୍ଗଦର୍ଶନ କରିଥିଲେ । ସପ୍ତମ ଶ୍ରେଣୀ ଛାତ୍ରୀଛାତ୍ରଗଣ ଅଷ୍ଟମ ଶ୍ରେଣୀ ଶିକ୍ଷାର୍ଥୀ ମାନଙ୍କୁ ଉପଢ଼ୌକନ ପ୍ରଦାନ କରିଥିଲେ । ଶିକ୍ଷୟିତ୍ରୀ ଉର୍ମିଳା ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ ।



